ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ  

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ ମିତ୍ତଲ ଏହି ସୂଚନା ଦେଇଛନ୍ତି। ମିତ୍ତଲ ଓ ନିପନ ଷ୍ଟିଲ ଦ୍ୱାରା ପରିଚାଳିତ ପାରାଦୀପର ପେଲେଟ ପ୍ଲାଣ୍ଟର କ୍ଷମତା ବାର୍ଷିକ ୬ ନିୟୁତ ଟନରୁ ୧୨ ନିୟୁତ ଟନକୁ ବୃଦ୍ଧି କରିବାକୁ ନିଷ୍ପତ୍ତିନେଇଥିବା ବେଳେ କେନ୍ଦୁଝରର ଡାବୁନି ବେିନିଫିକେସନ ପ୍ଲାଣ୍ଟ କ୍ଷମତା ୫ ନିୟୁତ ଟନରୁ ୧୬ ନିୟୁତ ଟନକୁ ବୃଦ୍ଧି ସମ୍ପ୍ରସାରିତ କରାଯିବ। ଏହି ସବୁ ପ୍ରକଳ୍ପ ବାବଦରେ ପ୍ରଥମ ପର୍ଯ୍ୟାୟରେ ଉଭୟ ମିତ୍ତଲ ଓ ନିପନ ଷ୍ଟିଲ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବେ।
ରାଜ୍ୟ ସରକାର ଯେପରି ଦକ୍ଷତା ସହ କୋଭିଡ-୧୯ ମୁକାବିଲା କରୁଛନ୍ତି ସେଥିପାଇଁ ମିତ୍ତଲ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ମହାମାରୀ ଯୋଗୁ ସମଗ୍ର ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଥିବା ବେଳେ ଓଡିଶା ସରକାର ଶିଳ୍ପ ଜଗତକୁ ସହଯୋଗର ହାତ ବଢାଇଛନ୍ତି। ଏଥିପାଇଁ ମିତ୍ତଲ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ତାଙ୍କ କମ୍ପାନୀ ପକ୍ଷରୁ ନିଲାମରେ ନିଆଯାଇଥିବା ୨ଟି ଖଣି ସାଗାସାହି ଓ ଠାକୁରାଣୀ ଖଣିର ଲିଜ ଯେପରି ସ୍ବଚ୍ଛତାର ସହ ସମ୍ପାଦିତ ହେଲା ତାହା ବିଶ୍ୱସ୍ତରରେ ନୂଆ ବେଞ୍ଚ ମାର୍କ ସୃଷ୍ଟି କରିଛି ବୋଲି ମିତ୍ତଲ କହିଛନ୍ତି। ୨୦୧୯ ଡିସେମ୍ବରରୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ କ୍ରମେ ୫୦ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ,ଏସଆର ଷ୍ଟିଲକୁ ଅଧିଗ୍ରହଣ କରିଛନ୍ତି। ଏହାଦ୍ୱାରା ଭାରତରେ ୭ ବିଲିୟନ ଆମେରିକୀୟ ଡଲାର ପ୍ରତ୍ୟେକ୍ଷ ପୁଞ୍ଜିନିବେଶ ବିନିଯୋଗ ହୋଇଛି ଯାହାକି ଭାରତରେ ଅନ୍ୟତମ ବୃହତ୍ତମ ବିଦେଶୀ ପୁଞ୍ଜି ବିନିଯୋଗ ବୋଲି ମିତ୍ତଲ କହିଛନ୍ତି। ମିତ୍ତଲ ଓ ନିପନ ଷ୍ଟିଲ ପାରାଦୀପରେ ପେଲେଟ ପ୍ଲାଣ୍ଟ କେନ୍ଦୁଝରରେ ଡାବୁନିରେ ବେନିଫିକେଶନ ପ୍ଲାଣ୍ଟ ସହିତ ସାଗାସାହି ଓ ଠାକୁରାଣୀ ଖଣି ପରିଚାଳନା କରୁଛନ୍ତି।
ଓଡିଶାରେ ଉତ୍ପାଦିତ ଖଣିଜ ଦ୍ରବ୍ୟକୁ ଓଡିଶାରେ ହିଁ ମୂଲ୍ୟଯୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମିତ୍ତଲଙ୍କୁ ପରାମର୍ଶ ଦେଇଥିଲେ। ଏହାଦ୍ୱାରା ଅଧିକ ନିଯୁକ୍ତି ସୃଷ୍ଟି ହେବା ସହିତ ରାଜ୍ୟ ଅର୍ଥନୀତିର ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri