ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତି ମିଶ୍ରଙ୍କ ସୋମବାର ଭୋରୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ସୁଇଜରଲାଣ୍ଡରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଅନନ୍ୟ ଅବଦାନ ପାଇଁ ୨୦୧୨ରେ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସେ ୧୯୨୯ ମସିହାରେ କଟକରେ ଜନ୍ମଗ୍ରହଣ କରିଥିଲେ। ସେ ୫ଟି ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ ମଧ୍ୟ କରିଥିଲେ। ତାଙ୍କ ଅଭିନୀତ ଭାଇ ଭାଉଜ ଜାତୀୟ ପୁରସ୍କାର ପାଇଁ ମନୋନୀତ ହୋଇଥିଲା। ୧୯୭୫ରେ ତାଙ୍କୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଏବଂ ୨୦୦୦ରେ କଳିଙ୍ଗ ଶାସ୍ତ୍ରୀୟ ସଙ୍ଗୀତ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

Share