କଡା ସୁରକ୍ଷା ମଧ୍ୟରେ ଓଡ଼ିଶା ଛାଡିଲେ ଭାରତୀୟ ଦଳ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ବିରାଟ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଓଡ଼ିଶା ଛାଡିଛି। କଡା ସୁରକ୍ଷା ମଧ୍ୟରେ ହୋଟେଲ ମେ ଫେୟାରରୁ ଖେଳାଳିଙ୍କୁ ଭୁବନେଶ୍ୱର ବିମାନବନ୍ଦରକୁ ନିଆଯାଇଥିଲା। ନିଜ ପ୍ରିୟ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ହୋଟେଲ ସାମ୍ନାରୁ ଆରମ୍ଭ କରି ବିମାନବନ୍ଦର ପର୍ଯ୍ୟନ୍ତ ରାସ୍ତାକଡରେ ପ୍ରଶଂସକଙ୍କ ଭିଡ ଜମିଥିଲା। ସେହିପରି ଭ୍ରମଣକାରୀ ଦଳ ଓ୍ବେଷ୍ଟଇଣ୍ଡିଜ୍‌ ଖେଳାଳିମାନେ ଅପରାହ୍ନରେ ଓଡ଼ିଶା ଛାଡିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମ ଟିମ ଇଣ୍ଡିଆ ପାଇଁ ପୁଣି ଶୁଭ ସାବ୍ୟସ୍ତ ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆ ସହ ଭାରତ ସିରିଜ ବିଜୟୀ ହୋଇଛି। ଓପନିଂ ଯୋଡ଼ିରେ ଲୋକେଶ ରାହୁଲ ଓ ରୋହିତ ଶର୍ମାଙ୍କ ଶତକୀୟ ଭାଗୀଦାରି ଏବଂ ପରେ ଅଧିନାୟକ ବିରାଟ କୋହଲିଙ୍କ ଇନିଂସ ବଳରେ ଭାରତ ଚଳିତ ସିରିଜର ନିର୍ଣ୍ଣାୟକ ଦିନିକିଆ କ୍ରିକେଟ ମ୍ୟାଚରେ ୱେଷ୍ଟଇଣ୍ଡିଜକୁ ୪ ଉଇକେଟରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri