କରଞ୍ଜିଆରେ ବିଜେଡି ଓ ଯଶିପୁରରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୬୭୨ ଭୋଟରେ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ବାସନ୍ତୀ ହେମ୍ବ୍ରମ ୭୬୩୪ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ପଦ୍ମ ଚରଣ ହାଇବ୍ରୁ ୬୦୬୨ ଭୋଟ ପାଇଛନ୍ତି। ସେହିପରି ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଗଣେଶରାମ ଖୁଣ୍ଟିଆ୧୩୭୦ ଭୋଟରେ ଆଗୁଆ ଅଛନ୍ତି।