Categories: ଜାତୀୟ

କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବେ ନାହିଁ ରବିଶଙ୍କର

ନୂଆଦିଲ୍ଲୀ,୮।୧୧: କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଯୋଗ ଦେବେ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ସରକାର ଏଥିପାଇଁ ରବିଶଙ୍କରଙ୍କୁ ନିମନ୍ତ୍ରଣ କରିଥିବା ବେଳେ ସେ ଅନ୍ୟ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ କହି ଏହି ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର କରତାରପୁର କରିଡର ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ପାକିସ୍ତାନ ଭାରତର କିଛି ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଇଥିଲା।

Share