କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ। ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। କିଛି ମାସ ତଳେ ପ୍ରଦୀପ ମହାରଥୀଙ୍କର ମଧ୍ୟ କରୋନାରେ ଦେହାନ୍ତ ହୋଇଥିଲା।