ନୂଆଦିଲ୍ଲୀ,୯।୨: ଚାଇନାରେ କରୋନା ଭାଇରସ୍ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୮୧୧ରେ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏଭଳି ସଙ୍କଟଜନକ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜିନ୍ପିଙ୍ଗଙ୍କୁ ଚିଠି ଲେଖି ଭାରତ ସମସ୍ତ ପ୍ରକାର ସହଯୋଗ ପାଇଁ ପ୍ରସ୍ତୁତ ବୋଲି ଆଶ୍ୱାସନା ଦେଇଛନ୍ତି। କରୋନା ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ। ସୂଚନାଯୋଗ୍ୟ, କରୋନା ଭାଇରସ୍ ସଂକ୍ରମଣ ସ୍ଥିତି ଯେଉଁଭଳି ଭାବେ ବଢ଼ିଚାଲିଛି, ତାହା ବିଶ୍ୱବାସୀଙ୍କୁ ଆତଙ୍କିତ କରିପକାଇଛି। ବର୍ତ୍ତମାନ ସୁଦ୍ଧା ୨୭ ଦେଶକୁ କରୋନା ଭାଇରସ୍ ସଂକ୍ରମଣ ହୋଇସାରିଛି।