କରୋନା ଭୟ: ମାର୍ଚ୍ଚ ୨୯ ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା କରାଯାଇଛି। ବିଧାନସଭା ସ୍ଥଗିତ ପ୍ରସ୍ତାବ ଧ୍ୱନିମତରେ ପାରିତ ହୋଇଛି। ଅପରପକ୍ଷେ ବଜେଟ ଅଧିବେଶନ ଏପ୍ରିଲ ୯ ଯାଏ ଚାଲିବାକୁ ଦିନ ଧାର୍ଯ୍ୟ ହୋଇଛି।

ସୂଚନାଯୋଗ୍ୟ, ଭାରତରେ କରୋନା ସଂକ୍ରମଣରେ ଜଣଙ୍କର ମୃତ୍ୟୁ ହେବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହାକୁ ନେଇ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ସ୍ଥଗିତ ପାଇଁ ଶାସକ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ବିରୋଧ କରିଥିବା ବେଳେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ସମର୍ଥନ ଜଣାଇଥିଲେ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ସହ ସମସ୍ତ ସ୍କୁଲକୁ ମାର୍ଚ୍ଚ ୩୧ ଯାଏ ବନ୍ଦ ରଖିବାକୁ ଘୋଷଣା କରିଥିଲେ।

Share