କରୋନା ମୁକାବିଲା ପାଇଁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୫।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମୋଟ ୨୯ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିରୁ ରକ୍ଷା ପାଇବାକୁ ସମସ୍ତ ସ୍ଥାନରେ ପୂର୍ବ ପ୍ରସ୍ତୁତି ସହ ସଂକ୍ରମଣରୁ ନିଜକୁ ରକ୍ଷା କରିବାକୁ ବିଭିନ୍ନ ଉପାୟ ବିଷୟରେ ରାଜ୍ୟ ସରକାର ସୂଚନା ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ମୁକାବିଲା ପାଇଁ ଭୁବନେଶ୍ୱର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ଏବଂ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେଠାରେ ସମସ୍ତ ଯାତ୍ରୀଙ୍କର ସ୍କ୍ରିନିଂ କରାଯାଉଛି। ଏଥିପାଇଁ ସ୍ବତନ୍ତ୍ର ଭାବେ କୋଠରୀ ମଧ୍ୟ ପ୍ରସ୍ତୁତ ହୋଇଛି। ଏ ନେଇ ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି. ରାଓ ସୂଚନା ଦେଇଛନ୍ତି।

Share