ଜୟପୁର, ୧୦।୬: ରାଜସ୍ଥାନରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହେ ଲାଗି ସୀମା ସିଲ୍ କରାଯିବା ସମ୍ପର୍କରେ ଘୋଷଣା କରାଯାଇଛି। ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସୀମାରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ସୂଚନାଯୋଗ୍ୟ, ବୁଧବାର ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୩୬୮ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୫୬ ଛୁଇଁଛି।