କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୫୩ ଲକ୍ଷ: ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୪୦ ହଜାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୩ ଲକ୍ଷ ୬ ହଜାର ୨୩୭ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୭ ରହିଛି। ୨୧ ଲକ୍ଷ ୬୦ ହଜାର ୧୫୯ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଓ୍ବାଲର୍‌ଡ ମିଟର ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ୪୫ ହଜାର ୯୪ ଥିବାବେଳେ ମୃତକଙ୍କ ସଂଖ୍ୟା ୯୭ ହଜାର ୬୪୭ ଛୁଇଁଛି। ବ୍ରାଜିଲ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୮୨ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୨୧ ହଜାର ୧୧୬ ରହିଛି। ସେହିପରି ରୁଷ୍‌ରେ ୩ ଲକ୍ଷ ୨୬ ହଜାର ୪୪୮ ସଂକ୍ରମିତ ହୋଇଛନ୍ତି। ଏଠାରେ ମୃତକଙ୍କ ସଂଖ୍ୟା ୩,୨୪୯ ରହିିଛି। ସ୍ପେନ୍‌ରେ ୨ଲକ୍ଷ ୮୧ ହଜାର ୯୦୪ ସଂକ୍ରମିତ ହୋଇଛନ୍ତି। ଏଠାରେ କରୋନା ସଂକ୍ରମଣରେ ୨୮ ହଜାର ୬୨୮ ଜଣଙ୍କ ଜୀବନ ଯାଇଛି। ବ୍ରିଟେନରେ ମୋଟ ୨ ଲକ୍ଷ ୫୪ ହଜାର ୧୯୫ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୩୬ ହଜାର ୩୯୩ ରହିଛି। ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୨୮ ହଜାର ୬୫୮ ରହିଛି। ଏଠାରେ କରୋନା ସଂକ୍ରମଣରେ ୩୨ ହଜାର ୬୧୬ ଜଣଙ୍କକ ମୃତ୍ୟୁ ଘଟିଛି। ଫ୍ରାନ୍ସ୍‌ରେ ମୋଟ ଲକ୍ଷେ ୮୨ ହଜାର ୨୧୯ ଜଣ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ଏଠାରେ ୨୮ ହଜାର ୨୮୯ ରହିଛି।

Share