କରୋନା ସତର୍କତା:ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ବୃଦ୍ଧି

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ଏପ୍ରିଲ ୧୫ ପର୍ଯ୍ୟନ୍ତ କଟକଣା ସମୟ ବୃଦ୍ଧି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟ ସରକାରଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମଣ ରୋକିବାକୁ ପୂର୍ବରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଶପିଂ ମଲ୍‌, ଜିମ୍‌, ପାର୍କ ଆଦି ବନ୍ଦ କରିବା ସହ ଜନଗହଳି ସ୍ଥାନରେ ୧୪୪ ଧାରା ଜାରି କରାଯାଇଥିଲା। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ଆସନ୍ତା ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆବଶ୍ୟକ ପଡ଼ିଲେ ଏହି ଅବଧିକୁ ଆହୁରି ବଢ଼ାଯିବ ବୋଲି କୁହାଯାଇଛି।

Share