କରୋନା ସମ୍ପର୍କିତ ଗୁଜବ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ ବ୍ୟକ୍ତି: ବାନ୍ଧିନେଲା ପୋଲିସ

ବଡ଼ବିଲ.୨୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ କରୋନା ସମ୍ପର୍କିତ ଏକ ଗୁଜବ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ଗିରଫ ବ୍ୟକ୍ତିଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଥିଲା। ପରେ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପୋଲିସ ରବିବାର ଗିରଫ କରିଥିବା ଜଣାପଡ଼ିଛି।