କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ନ ଦେଲେ ଗଡିବନି ବସ୍‌

ଜୟପୁର,୨୮ା୫(ଡି.ଏନ.ଏ./ନି.ପ୍ର. )- ଯାତ୍ରୀବାହୀ ବସ୍‌ ଚଳାଚଳ ଆସନ୍ତା ୧ରୁ ଚାଲିବ। ଏନେଇ ରାଜ୍ୟସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି। ବିଭିନ୍ନ ଘୋରଇ ବସ୍‌ ମାଲିକ ସଂଘ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କୋରାପୁଟ ଜିଲା ଜୟପୁର ଘରୋଇ ବସ୍‌ରେ କାର୍ଯ୍ୟରତ ଡ୍ରାଇଭର, କଣ୍ଡକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀ ନିୟୋଜିତ ହେବେ। ତେବେ ବସ୍‌ରେ ଯାତ୍ରା ବେଳେ କେହି କରୋନା ଆକ୍ରାନ୍ତ ଯାତ୍ରୀ ମଧ୍ୟ ଯାତ୍ରା କରିବାର ଆଶଙ୍କା ରହିଛି। ଏହି ପରିପ୍ରେକ୍ଷୀରେ ଘରୋଇ ବସ୍‌ ଚଳାଚଳ ପୂର୍ବରୁ ମାଲିକମାନଙ୍କ ପକ୍ଷରୁ କାର୍ଯ୍ୟରତ କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଇ କ୍ଷତିପୂରଣ ବ୍ୟବସ୍ଥା କରାଯାଉ ବୋଲି ବସ୍‌ କର୍ମଚାରୀମାନେ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏଥିପ୍ରତି ଅଣଦେଖା କରାଗଲେ ବସ୍‌ ଚଳାଚଳ ବନ୍ଦ କରାଯିବ। ଏହି ସମୟରେ କାର୍ଯ୍ୟରତ କୌଣସି ବସ୍‌ କର୍ମଚାରୀଙ୍କ କାରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ହେଲେ ତାଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ନେଇ ବ୍ୟବସ୍ଥା କରାଯାଉ ବୋଲି କର୍ମଚାରୀମାନେ ଦାବି କରିଛନ୍ତି। ଏଥିରେ ଆକ୍ରାନ୍ତ ହେଲେ ରୋଗରୁ ମୁକ୍ତ ହେବା ପର୍ଯ୍ୟନ୍ତ ସମ୍ପୃକ୍ତ କର୍ମଚାରୀଙ୍କ ପରିବାର ଭରଣପୋଷଣ ପାଇଁ ମାଲିକଙ୍କ ପକ୍ଷରୁ ମାସକୁ ୩୦ ହଜାର ଟଙ୍କାର ସହାୟତା ରାଶି ଦେବାକୁ ଦାବି କରିଛନ୍ତି ା ସେହିପରି ସରକାରଙ୍କ ପକ୍ଷରୁ ଘରୋଇ ବସ୍‌ ଚଳାଚଳରେ ନିୟୋଜିତ କର୍ମଚାରୀଙ୍କୁ କାରୋନା ଯୋଦ୍ଧା ଘୋଷଣା କରାଯିବା ସହିତ କାହାର ଯଦି ମୃତ୍ୟୁ ହୁଏ ତେବେ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ଦେବାକୁ ଏହି କର୍ମଚାରୀମାନେ ଦାବି କରିଛନ୍ତି ା ସ୍ଥାନୀୟ ଟିକେଟ କାଉଣ୍ଟର କର୍ମଚାରୀ ସଂଘର କାର୍ଯ୍ୟାଳୟରେ ହୋଇଥିବା ଏହି ଖବରଦାତା ସମ୍ମିଳନୀରେ ଶିବରାମ ବେହେରା. ରାଜୀବ ଟାକ୍ରି, ରମେଶ ଚନ୍ଦ୍ର ପାତ୍ର, ଅଭୟ ନାୟକ, ସନ୍ତୋଷ ହନ୍ତାଳ, ବାବୁଲା ନାୟକଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri