କଳାହାଣ୍ଡିରେ ପାରଦ ଉପରମୁହାଁ: ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି।

ଏହାକୁ ଦୃଷ୍ଟିରେ ରଖି ଜରୁରିକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଜିଲା ପ୍ରଶାସନ। ଗତ କିଛିଦିନ ହେଲା କଳାହାଣ୍ଡିରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହୁଛି। ଖରାର ତାତିରୁ ରକ୍ଷା ପାଇବା ପାଇଁ କିଏ ମୁଣ୍ଡରେ ଟୋପି, ଗାମୁଛା ପିନ୍ଧିଛି ତ ଆଉ କିଏ କଳା ଚଷମା ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି।

ଲସି, ସରବତ ଓ ଆମ୍ବ ରସ ଦୋକାନରେ ଭିଡ଼ ଜମୁଛି। ଥଣ୍ଡା ପାନୀୟର ଚାହିଦା ବଢିଥିବାବେଳେ ଲସି କିମ୍ବା ସରବତ ପିଇ ଆଶ୍ୱସ୍ତ ଅନୁଭବ କରୁଛନ୍ତି ଲୋକେ। ତାପମାତ୍ରାର ଅହେତୁକ ବୃଦ୍ଧି ସାଙ୍ଗକୁ ବିଜୁଳି କାଟ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ସକାଳ ୮ଟାରୁ ସା ୬ଟା ପର୍ଯ୍ୟନ୍ତ ଜିଲାରେ ଅଧିକାଂଶ ଦୋକାନବଜାର ବନ୍ଦ ରହୁଥିବାବେଳେ ରାସ୍ତାଘାଟ ଜନଶୂନ୍ୟ ହୋଇପଡୁଛି।

ଜିଲାର ମୁଖ୍ୟାଳୟ ଭବାନୀପାଟଣା ସମେତ ଜୁନାଗଡ଼, ଧର୍ମଗଡ଼, କେସିଙ୍ଗା ଆଦି ସହରରେ ଦିନ ବେଳା ୪୫ ଡିଗ୍ରୀ ତାପମାତ୍ରା ରହୁଛି। ତାପମାତ୍ରାକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ଡାକ୍ତରଖାନାରେ ଅଂଶୁଘାତ ମୁକାବିଲା ପାଇଁ ବ୍ୟବସ୍ଥା କରିଛି ସ୍ବାସ୍ଥ୍ୟ ବିଭାଗ। ଏଭଳି ସମୟରେ ଜିଲାର ବିଭିନ୍ନ ସ୍ଥାନରେ ବନାଗ୍ନି ତଥା ଜମିରେ ଲାଗୁଥିବା ନିଆଁ ଚିନ୍ତା ବଢାଉଛି। ଏହାଛଡା ଜିଲାର ଅନେକ ଅଞ୍ଚଳରେ ବେଆଇନ ଇଟାଭାଟି ଯୋଗୁ ପରିବେଶ ଅଧିକ ଉତ୍ତପ୍ତ ହେବାରେ ଲାଗିଛି। ଜିଲାର ବିଭିନ୍ନ ନାଳ ପୋଖରୀରେ ପାଣି ଶୁଖୁଯିବା କାରଣରୁ ଗୃହପାଳିତ

ପଶୁପକ୍ଷୀ ଓ ବନ୍ୟଜନ୍ତୁ ପାନୀୟ ଜଳ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମିନତୀ ଲତା ଦାସଙ୍କୁ ପଚାରିବାରୁ ଅଂଶୁଘାତ ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନତା କରାଯାଉଛି। ଜିଲାର ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଅଂଶୁଘାତ କକ୍ଷ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ଅଂଶୁଘାତରେ କେହି ଆକ୍ରାନ୍ତ ହୋଇ ନ ଥିବାବେଳେ ଆଗକୁ କଣ ହେବ ସେଥିପ୍ରତି ଯତ୍ନବାନ ରହିଛୁ ବୋଲି କହିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri