କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍‌ ପଡ଼ିଲା କଳିଙ୍ଗ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାର ତଦନ୍ତ କରାଯାଇଥିଲା। ସ୍ବାସ୍ଥ୍ୟ ବିଭାଗର ୪ଜଣିଆ କମିଟି ତଦନ୍ତ କରିଥିଲେ। କମିଟି ରିପୋର୍ଟ ଆଧାରରେ ରାଜ୍ୟ ସରକାର କଳିଙ୍ଗ ହସ୍ପିଟାଲକୁ ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି(ଓଏସ୍‌ଟିଏଫ୍‌) ତାଲିକାରୁ ବାଦ୍‌ ଦେଇଛନ୍ତି। ଏଥିନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ବିଧାନସଭାରେ ସୂଚନା ଦେଇଛନ୍ତି। ସେହିଭଳି ଅନ୍ୟ ସମସ୍ତ ଘରୋଇ ହସ୍ପିଟାଲ, ଯେଉଁମାନେ ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାଭୁକ୍ତ ହୋଇଛନ୍ତି, ସେମାନଙ୍କୁ ଓଏସ୍‌ଟିଏଫ୍‌ ଗାଇଡ୍‌ଲାଇନ୍‌ ପାଳନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିପାଇଁ ଘରୋଇ ହସ୍ପିଟାଲଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି, ଡାକ୍ତରୀ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Share