କାର୍‌-ଅଟୋ ଧକ୍କା: ଜଣେ ମୃତ, ୩ ଗୁରୁତର

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଆଖୁଆପଦାଠାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ କାର ଅଟୋକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।