କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

କୁଆମରା, ୨୬।୪(ଡି.ଏନ.ଏ.)-ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ କାଳ ବୈଶାଖୀ ତାଣ୍ଡବ ରଚିଛି ଗୋପବନ୍ଧୁ ନଗର ବ୍ଲକରେ। ପବନ ସାଙ୍ଗକୁ କୁଆପଥର ମାଡ ଓ ମୂଷଳ ଧାରାରେ ବର୍ଷା ଜନ ଜୀବନ ଅସ୍ତବ୍ୟସ୍ତ କରିପକାଇଛି। ସ୍ବାଭାବିକ ଜୀବନ ଯାତ୍ରା ପ୍ରଭାବିତ ହୋଇ ପଡିଛି। ଘଣ୍ଟା ପ୍ରତି ୭୦ରୁ ୮୦ କି.ମି. ବେଗରେ ପବନ ବହିବା ଯୋଗୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷତି ଘଟାଇଛି। ବହୁ ବିଦ୍ୟୁତ୍‌ ଖୁଣ୍ଟି ଉପୁଡ଼ି ପଡିବା ଓ ତାର ଛିଡିବା ଯୋଗୁଁ ତିନି ଦିନ ହେଲା ବିଦ୍ୟୁତ ସରବରାହ ବନ୍ଦ ହୋଇ ପଡିଛି। ବଡ ବଡ ଗଛ ଗୁଡିକ ରାସ୍ତାଘାଟରେ ପଡିଥିବା ବେଳେ ପୁରୁଣା ବାରିପଦା ଅଗ୍ନିଶମ ବିଭାଗ ପହଞ୍ଚି ରାସ୍ତା ସଫା କରୁଛନ୍ତି। ୩/୪ ଇଞ୍ଚ ବହଳରେ କୁଆପଥର ବିଛାଡି ପଡିବା ଯୋଗୁଁ ରବି ଋତୁରେ ଚାଷ ହୋଇଥିବା ପାଚିଲା ଧାନ ଝଡି ତଳେ ପଡିଛି। ଯାହା ଚାଷୀର ମେରୁଦଣ୍ଡ ଭାଙ୍ଗି ଯାଇଛି। ସେହିପରି ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।
ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା

ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image