କାଳିଆ ଅର୍ଥ ହେରଫେର ମାମଲାରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାନୁଷ୍ଠାନ: ସେବା ସମବାୟ ସମିତି ସମ୍ପାଦକ ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଏତଲା

ଛତ୍ରପୁର, ୫।୨(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଧରାକୋଟ ବ୍ଲକ ସିଙ୍ଗିପୁର ସୋସାଇଟିରେ କାଳିଆ ଯୋଜନା ଅର୍ଥ ହିତାଧିକାରୀଙ୍କ ବଦଳରେ ଅନ୍ୟ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା। ଉକ୍ତ ମାମଲାରେ ବୁଧବାର ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ଜିଲାପାଳ ସମ୍ପୃକ୍ତ ସେବା ସମବାୟ ସମିତିର ସମ୍ପାଦକଙ୍କୁ ନିଲମ୍ବନ, ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ଥିବା କୃଷି ବିଭାଗ ପର୍ଯ୍ୟବେକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଉକ୍ତ ବ୍ୟାଙ୍କ ଆକାଉଣ୍ଟରେ ଦେଣନେଣ ଉପରେ ରୋକ ଲଗାଇବାକୁ ବ୍ୟାଙ୍କଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ସମସ୍ତ ଡାଟା ଏଣ୍ଟ୍ରି ଅପରେଟରଙ୍କ କାମ ପୁନଃ ଯାଞ୍ଚ ହେବା ସହ ମନିଟରିଂ କରାଯିବ ବୋଲି ଜ଼ିଲାପାଳ କହିଛନ୍ତି। କୃଷି ଉପନିର୍ଦ୍ଦେଶକ ଏହାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri