କିଲୋ ପିଛା ବଢ଼ିଲା ୧୦ ଟଙ୍କା

କଟକ ଅଫିସ,୫ା୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶକ ସାମଗ୍ରୀ ଆଇନରେ ସଂଶୋଧନ ଆଣିବା ପରେ ଏହି ସମସ୍ୟା ଦେଖାଦେଇଥିବା ବୁଦ୍ଧିଜୀବୀ ମହଲ କହିଛନ୍ତି। ଫଳରେ ଏହାକୁ ନେଇ କଳାବଜାର ମଧ୍ୟ ଆରମ୍ଭ ହେଲାଣି।
ଦୁଇ ଦିନ ତଳେ ଆଳୁ କିଲୋ ପିଛା ୧୯ରୁ ୨୦ ଟଙ୍କାରେ ବିକ୍ରି କରାଯାଉଥିଲା। ଏବେ ତାହା ୩୦ ଟଙ୍କା ହୋଇଛି। ଛତ୍ରବଜାର ବ୍ୟବସାୟୀ ତଥା ଛତ୍ରବଜାର ପୂଜା କମିଟି ସଭାପତି ଦେବେନ୍ଦ୍ରନାଥ ସାହୁଙ୍କ ସୂଚନା ମୁତାବକ, ଆଳୁ କୁଇଣ୍ଟାଲ ପିଛା ୧୯୦୦ରୁ ୨୦୦୦ ଟଙ୍କା ଥିଲା। ଏବେ ତାହା ୧୦୦ରୁ ୨୦୦ଟଙ୍କା ପର୍ଯ୍ୟନ୍ତ ବଢ଼ିଛି। ବାତ୍ୟା ଅମ୍ଫନ ପ୍ରଭାବରେ ପଶ୍ଚିମବଙ୍ଗ ଓ ବନ୍ୟା ପ୍ରଭାବରେ ଆସାମ କ୍ଷତିଗ୍ରସ୍ତ ହୋଇଥିବା ଯୋଗୁ ଆଳୁଦର ବଢ଼ିଥିବା ସେ କହିଛନ୍ତି। ଆଳୁ ଟ୍ରକ ପୂର୍ବଭଳି ଅଧିକ ସଂଖ୍ୟାରେ ଆସୁନାହିଁ। ଖୁଚୁରା ବ୍ୟବସାୟୀ ଏହାର ମୂଲ୍ୟ ବଢ଼ାଉଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସହରରେ ଖୁଚୁରା ବ୍ୟବସାୟୀ ଭିନ୍ନଭିନ୍ନ ସ୍ଥାନରେ ବସୁଥିବାରୁ ଦର ଉପରେ ଛତ୍ରବଜାରର ନିୟନ୍ତ୍ରଣ ରହୁନି ବୋଲି ସେ କହିଛନ୍ତି। ଜିଲା ଯୋଗାଣ ଅଧିକାରୀ ଅମର ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ପର୍ଯ୍ୟାପ୍ତ ପରିମାଣରେ ଆଳୁ ଆମଦାନି ହେବା ବଦଳରେ ଆସାମକୁ ଅଧିକ ରପ୍ତାନି ହେଉଛି। ଶଟ୍‌ଡାଉନ୍‌ ଘୋଷଣା ପରେ ଉପଭୋକ୍ତା ଆବଶ୍ୟକତାଠାରୁ ଅଧିକ ପରିମାଣର ଖାଦ୍ୟ ସାମଗ୍ରୀ କିଣୁଛନ୍ତି। ଏହା ଦରବୃଦ୍ଧିର ମୂଳ କାରଣ। ଛତ୍ରବଜାରର ବଡ଼ ବ୍ୟବସାୟୀଙ୍କ ସହ ଆଲୋଚନା ହୋଇଛି। ଖୁବଶୀଘ୍ର ଦର କମିବ ବୋଲି ବୋଲି ଯୋଗାଣ ଅଧିକାରୀ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri