Categories: ଜାତୀୟ

କୁଲଗ୍ରାମ୍‌ରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୮ ବାଟାଲିୟନ୍‌ ଏବଂ ଏସ୍‌ଓଜି ଯବାନ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଥିବା କୁହାଯାଉଛି।

Share