Categories: ଜାତୀୟ

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ ଗୁରୁବାର ଭାଜପାର କିଛି କର୍ମକର୍ତ୍ତାମାନେ କେଜରିଓ୍ବାଲଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ନିଜ ବୟାନରେ କହିଥିଲେ ଯେ, ଯଦି ଦିଲ୍ଲୀରେ ଏନ୍‌ଆରସି ଲାଗୁ ହୁଏ ତେବେ ଭାଜପାର ଏମ୍‌ପି ମନୋଜ ତିଓ୍ବାରୀ ପ୍ରଥମେ ଯିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନକୁ ବିରୋଧ କରି ଗୁରୁବାର ଭାଜପାର ପୂର୍ବାଞ୍ଚଳ ମୋର୍ଚ୍ଚା ତାଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଦଳ ବିରୋଧୀ ସ୍ଲୋଗାନ ଦେଇଥିଲେ। ଅନ୍ୟପଟେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Share