କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ସହ କାର୍ଯ୍ୟ ଆରମ୍ଭ କରିଛନ୍ତି।
ସେହିପରି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସଡ଼କ ପରିବହନ ବିଭାଗର ମନ୍ତ୍ରୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହା ସହ ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ନେଇଛନ୍ତି।

Share