Advertisement

ମୁଖ୍ୟମନ୍ତ୍ରୀଙ୍କ କରୋନା ସ୍ଥିତି ସମୀକ୍ଷା: ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୫ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟତଃ ବାହାରୁ ଆସୁଥିବା  ଶ୍ରମିକମାନଙ୍କ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା, ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର, ପରୀକ୍ଷଣ, କୋଭିଡ ଚିକିତ୍ସା ପାଇଁ ଆବଶ୍ୟକୀୟ ଉପକରଣ ସଂଗ୍ରହ, ଫସଲ ପରିସ୍ଥିତି ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ଆଗାମୀ ଦିନରେ କରୋନା ମୁକାବିଲାକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟରେ ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି, ଗ୍ରୀନ ଜୋନରେ କୃଷି କାର୍ଯ୍ୟ, ଶିଳ୍ପ, ଜୀବନଜୀବିକା ସ୍ବାଭାବିକ, ଚାଷୀ ଓ ଏସ୍‌ଏଚଜିମାନଙ୍କ ଋଣ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share