କୋଭିଡ-୧୯: ଓଡ଼ିଶାର ଭଲ କାମ ପାଇଁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପ୍ରଶାସନ, ପୋଲିସ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): କରୋନା ସଂକ୍ରମଣ ନିୟନ୍ତ୍ରଣରେ ଓଡ଼ିଶା ଭଲ କାମ କରିଥିବାରୁ ସ୍ବାସ୍ଥ୍ୟ ସେବାରେ ନିୟୋଜିତ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପ୍ରଶାସନ, ପୋଲିସ ଅଧିକାରୀ, ସଫେଇ କର୍ମଚାରୀ ଏବଂ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି। ମଙ୍ଗଳବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ରାଜ୍ୟର କରୋନା ସଂକ୍ରମଣ ସ୍ଥିତି, ଚାଷୀଙ୍କ ସମସ୍ୟା ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି। ଏହି ମହାମାରୀ ସଂକ୍ରମଣକୁ ଯେପରି ମିଳିତଭାବେ ମିକାବିଲା କରାଯାଇଛି ସେ ନେଇ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଏହି କାର୍ଯ୍ୟରେ ନିୟୋଜିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ପ୍ରଶଂସା କରିଛନ୍ତି।

Share