କୋଭିଡ-୧୯: ପୂର୍ବତନ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୫ ।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା । ଏବେ ଏହାର ମୁକାବିଲା କରିବା ସରକାରଙ୍କ ପାଇଁ ଯେମିତି ଏକ ଚ୍ୟାଲେଞ୍ଜ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପ୍ରତିଭା ଦେବୀ ସିଂ ପାଟିଲ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଓ ଏଚ୍‌.ଡି ଦେବେଗୌଡାଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି । ସୂଚନାଗୋଯ୍ୟ, ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିବା ସମସ୍ତଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି ।

Share