Categories: ଜାତୀୟ

କୋମାରେ ଯୋଗୀ

ରାୟପୁର,୧୦।୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଛି। ଏବେ ସେ କୋମାକୁ ଚାଲିଯାଇଥିବା ବେଳେ ଆସନ୍ତା ୪୮ ଘଣ୍ଟା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ରାୟପୁରର ଶ୍ରୀ ନାରାୟଣ ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଶନିବାର ସେ ହୃଦରୋଗରେ ପୀଡ଼ିତ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Share