Posted inଖେଳ

କୋର ଟିମ୍‌ ବଜାୟ ରଖିଲା ମୁମ୍ବାଇ

ମୁମ୍ବାଇ,୧୫।୧୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍‌ ଆଗାମୀ ସଂସ୍କରଣ ପାଇଁ ତା’ର କୋର ଟିମ୍‌ ବଜାୟ ରଖିଛି। ଅଭିଜ୍ଞ ଶ୍ରୀଲଙ୍କା ଦ୍ରୁତ ବୋଲର ଲାସିଥ ମାଲିଙ୍ଗା ଏଥିରେ ସାମିଲ ରହିଛନ୍ତି। ତେବେ ଦଳ ୧୨ ଜଣ ଖେଳାଳିଙ୍କୁ ରିଲିଜ କରିଛି। ୪ଥର ଟାଇଟଲ ଜିତିଥିବା ମୁମ୍ବାଇ ୧୮ ଜଣ ଖେଳାଳିଙ୍କୁ ରିଟେନ ବା ବଜାୟ ରଖିଛି। ଏମାନଙ୍କ ମଧ୍ୟରେ ଯୁବରାଜ ସିଂ, ଆଡାମ ମିଲନେ, ବେଉରାନ ହେଣ୍ଡ୍ରିକ୍ସ ଓ ବେନ୍‌ କଟିଙ୍ଗ ଭଳି ଖେଳାଳି ସାମିଲ ରହିଛନ୍ତି। ନ୍ୟୁଜିଲାଣ୍ଡ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ, ଓ୍ବେଷ୍ଟଇଣ୍ଡିଜ କ୍ରିକେଟର ଶେରଫେ୍‌ ରଦରଫୋର୍ଡ ଓ ମୁମ୍ବାଇ ଦ୍ରୁତ ବୋଲର ଧବଲ କୁଲକର୍ଣ୍ଣୀ ଟ୍ରେଡ ଇନ୍‌ କରାଯାଇଛି। ଅନ୍ୟପଟେ ମୁମ୍ବାଇ ଲେଗ୍‌ ସ୍ପିନର ମୟଙ୍କ ମାର୍କଣ୍ଡେ ଓ ବ୍ୟାଟ୍ସମ୍ୟାନ ସିଦ୍ଧାର୍ତ ଲାଡ ଯଥାକ୍ରମେ ଦିଲ୍ଲୀ କ୍ୟାପିଟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସକୁ ଟ୍ରେଡ ଆଉଟ ହୋଇଛନ୍ତି।
ରିଟେନ ହୋଇଥିବା ମୁମ୍ବାଇ ଖେଳାଳି:
ରୋହିତ ଶର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମ୍‌ରା, କ୍ରୁନାଲ ପାଣ୍ଡ୍ୟା, ଇଶାନ କିଷନ, ସୂର୍ଯ୍ୟକୁମାର ଯାଦବ, ରାହୁଲ ଚହର, ଅନମୋଲପ୍ରୀତ, ଜୟନ୍ତ ଯାଦବ, ଆଦିତ୍ୟା ତାରେ, ଅନକୁଳ ରଏ, ଧାଓ୍ବଲ କୁଲକର୍ଣ୍ଣୀ, କ୍ୱିଣ୍ଟନ ଡିକକ, କିରନ ପୋଲାର୍ଡ, ଶେରଫାନ ରଦରଫୋର୍ଡ, ଲାସିଥ ମାଲିଙ୍ଗା, ମିଚେଲ ମ୍ୟାକ୍‌ କ୍ଲିନଘନ, ଟ୍ରେଣ୍ଟ ବୋଲ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri