Advertisement

ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଭାଜପା ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରତାପ ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ ହୋଇଛନ୍ତି। ଗତ ଥର ବାଲେଶ୍ୱରରୁ ନିର୍ବାଚନ ଲଢ଼ି ସେ ହାରିଯାଇଥିଲେ। ହେଲେ ଚଳିତବର୍ଷ ହୋଇଥିବା ନିର୍ବାଚନରେ ପ୍ରତାପ ବିଜେଡି ହେଭିଓ୍ବେଟ୍‌ ରବୀନ୍ଦ୍ର ଜେନା ଏବଂ କଂଗ୍ରେସ ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକଙ୍କୁ ହରାଇଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel