ନୟାଗଡ ଅଫିସ/ଓଡ଼ଗାଁ,୨୦।୫(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ବାଳିକା ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ପ୍ରବାସୀ ଗାଧୋଇବା ପାଇଁ ତେଲ ଲଗାଉଥିବା ବେଳେ ହଠାତ୍ ଟଳି ପଡିଥିଲେ। ସେ ହେଲେ ନୂଆଗାଁ ବ୍ଲକ ହରିପୁର ଅଞ୍ଚଳର ଭଜକୃଷ୍ଣ ବେହେରା (୩୨)। ଗୁରୁତର ଅବସ୍ଥାରେ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ। ଭଜକୃଷ୍ଣ ତାମିଲନାଡୁରୁ ଆସି ଏହି କ୍ୱାରାଣ୍ଟାଇନ ସେଣ୍ଟରରେରହୁଥିଲେ।