ତାଳଚେର,୩୧ା୭(ନି.ପ୍ର.)-୫ ଦଫା ଦାବି ନେଇ ଭାଜପା ପକ୍ଷରୁ ତାଳଚେର କୋଲ୍ ଫିଲଡସରେ ଖଣି ବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ୬ ଦିନ ଧରି ଏମ୍ସିଏଲ୍ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ କୋଇଲା ଖଣି ଓ କଣିହଁା ସମେତ ୧୦ ଗୋଟି ଖଣିରୁ କୋଇଲା ଉତ୍ତୋଳନ ସହ ପରିବହନ ଠପ୍ ହୋଇଯାଇଛି। ନାଲ୍କୋ, ଏନ୍ଟିପିସି, ଟିଟିପିଏସ୍ ସହ ରାଜ୍ୟ ବାହାରକୁ କୋଇଲା ଯୋଗାଣ ମଧ୍ୟ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି।
ଭରତପୁର କୋଇଲା ଖଣିରେ ମାଟି ଅତଡା ଧସିବା ପରେ ଜୁଲାଇ ୨୫ ଠାରୁ ଭାଜପା ପକ୍ଷରୁ ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ, ପରିବାରର ଜଣଙ୍କୁ ନିଯୁକ୍ତି, ଠିକାସଂସ୍ଥା ଓ ଏମ୍ସିଏଲ୍ ବିରୋଧରେ ଉଚ୍ଚସ୍ତରୀୟ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ, ତାଳଚେର କୋଲ୍ ଫିଲଡସରେ କାର୍ଯ୍ୟରତ ସମସ୍ତ ଶ୍ରମିକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଦାବି ରହିଛି। ଭାଜପା ସାଧାରଣ ସମ୍ପାଦକ କାଳନ୍ଦୀ ସାମଲଙ୍କ ନେତୃତ୍ୱରେ ସଦସ୍ୟମାନେ ଏହି ଆନ୍ଦୋଳନ ଚଳାଇଛନ୍ତି। ଆନ୍ଦୋଳନକାରୀ ସକାଳ ଠାରୁ ବିଭିନ୍ନ କୋଇଲା ଖଣିର ଜେନେରାଲ ମ୍ୟାନେଜରଙ୍କ ଅଫିସ, ପ୍ରକଳ୍ପ ଅଧିକାରୀଙ୍କ ଅଫିସ, ଟାଇମ୍ ଅଫିସ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଖଣି କାର୍ଯ୍ୟକୁ ବନ୍ଦ କରାଉଛନ୍ତି। ସୂଚନାଯୋଗ୍ୟ ଯେ, ତାଳଚେର କୋଲ୍ ଫିଲଡସରୁ ଦୈନିକ ୨ଲକ୍ଷ ୧୦ ହଜାର ଟନ କୋଇଲା ଉତ୍ତୋଳନ ହୋଇଥାଏ। ସେହିପରି ଦୈନିକ ୫୦ରୁ ଊର୍ଦ୍ଧ୍ୱ ର଼୍ୟାକ୍ ଯୋଗେ କୋଇଲା ରାଜ୍ୟ ଓ ରାଜ୍ୟ ବହାରକୁ ପଠାଯାଇଥାଏ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…
ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ
ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...
ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…
କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...
‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...
Archives


