ଖର୍ଚ୍ଚ ନ ହୋଇ ପଡ଼ି ରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ି ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଖର୍ଚ୍ଚ ନ ହୋଇ ପଡ଼ି ରହିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଲାଗି ମଞ୍ଜୁର ହୋଇଥିବା ଅର୍ଥ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂଙ୍କୁ ପୃଥକ ପୃଥମ ଭାବେ ଚିଠି ଲେଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି କାମ ତ୍ୱରାନ୍ବିତ କରିବା ଲାଗି ଧର୍ମେନ୍ଦ୍ର ଉଭୟଙ୍କର ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି।

ଚିଠିରେ ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି ଯେ, ୨୦୧୫-୧୬ରୁ ୨୦୧୭-୧୮ ଆର୍ଥିକ ବର୍ଷରେ ରାଉରକେଲାର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ୩୭୬ କୋଟି ଟଙ୍କା ଅନୁଦାନ ଦେଇଛନ୍ତି। ଏଥିରୁ ମାତ୍ର ୨୨.୨୩ କୋଟି ଟଙ୍କା ଖର୍ଚ୍ଚ ହୋଇପାରିଛି, ଯେଉଁଥିରୁ କେବଳ କନ୍‌ସଲଟାନ୍ସି ବାବଦରେ ୧୬ କୋଟି ୩୭ଲକ୍ଷ ଟଙ୍କା ବିନିଯୋଗ ହୋଇଥିବା ସୂଚନା ଅଧିକାରରେ ମିଳିଥିବା ତଥ୍ୟରେ ଉଲ୍ଲେଖ ରହିଥିବା ଦର୍ଶାଇ ଧର୍ମେନ୍ଦ୍ର ଚିନ୍ତାବ୍ୟକ୍ତ କରିଛନ୍ତି । ପ୍ରଚୂର ଅର୍ଥ ବ୍ୟୟବରାଦ ସତ୍ତ୍ୱେ ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପର ଉଦ୍ଦିଷ୍ଟ ଅର୍ଥକୁ ଖର୍ଚ୍ଚ ନ କରିବା ଚିନ୍ତାର ବିଷୟ ବୋଲି ସେ କହିଛନ୍ତି।

Share