Posted inଖେଳ

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)-
ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ ହେବ।
” ଭାରତର କ୍ରୀଡ଼ା ରାଜଧାନୀର ମାନ୍ୟତା ପାଉଥିବା ଭୁବନେଶ୍ୱରରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆୟୋଜିତ ହେଉଥିବାରୁ ମୁଁ ବହୁତ ଖୁସି। ଭାରତ ସରକାରଙ୍କ କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ ଏହାକୁ ଏକ ବାର୍ଷିକ କ୍ରୀଡ଼ାରେ ପରିଣତ କରନ୍ତୁ ବୋଲି ମୁଁ ଚାହିଁବି। ଇଭେଣ୍ଟ ସମୟରେ ଖେଳୁଆଡ଼ ମନୋଭାବ ପ୍ରକାଶ ପାଇବା ନେଇ ମୁଁ ଦୃଢ଼ ନିଶ୍ଚିତ। ରାଜ୍ୟ ସରକାର ଓ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି କ୍ରୀଡ଼ାକୁ ସ୍ମରଣୀୟ କରିବା ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ। ଏଥିରେ ଭାଗ ନେବାକୁ ଯାଉଥିବା ବିଶ୍ୱବିଦ୍ୟାଳୟ ଦଳ ଗୁଡ଼ିକ ଏଠାକାର ସମୃଦ୍ଧ କଳା, ସଂସ୍କୃତି ଓ ଆତିଥ୍ୟରେ ସ୍ମରଣୀୟ ସ୍ମୃତି ନେଇ ଫେରିବା ମୋର ଆଶା“ ବୋଲି ସୋମବାର ପ୍ରତିଯୋଗିତାର ଜର୍ସି ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଭାରତକୁ କ୍ରୀଡ଼ାର ମହାଶକ୍ତିରେ ପରିଣତ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏହି ପରିପ୍ରେକ୍ଷୀରେ ଖେଲୋ ଇଣ୍ଡିଆ ୟୁ୍‌ଥ୍‌ ଗେମ୍ସ, ୟୁନିଭର୍ସିଟି ଗେମ୍ସ, ସ୍କୁଲ ଗେମ୍ସ ଓ ଭିନ୍ନକ୍ଷମ କ୍ରୀଡ଼ା ପ୍ରତିବର୍ଷ ଆୟୋଜିତ ହେବ। ପ୍ରତି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଅତିକମ୍‌ରେ ଗୋଟିଏ ଲେଖାଏ କ୍ରୀଡ଼ାକୁ ପ୍ରମୋଟ କରିବେ। ଫଳରେ ୨୦୨୮ ଅଲିମ୍ପିକ୍ସ ବେଳକୁ ବିଶ୍ୱ କ୍ରୀଡ଼ା ଜଗତରେ ଭାରତ ଏକ କ୍ରୀଡ଼ା ଶକ୍ତିରେ ପରିଣତ ହୋଇଥିବ ବୋଲି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କିରେନ ରିଜିଜୁ ପ୍ରକାଶ କରିଛନ୍ତି। ଏହି ଅବସରରେ ପ୍ରତିଯୋଗିତାର ମାସ୍କଟ ଓ କାର୍ଯ୍ୟସୂଚୀ ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri