ଗଞ୍ଜାମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ: ମନ୍ତ୍ରୀ କହିଲେ ‘ଗଞ୍ଜାମର ସାଲିସ ବିହୀନ ସଂଗ୍ରାମ ଅବିସ୍ମରଣୀୟ

ଛତ୍ରପୁର, ୨୬।୧(ଡି.ଏନ୍‌.ଏ.)-ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ରବିବାର ଗଞ୍ଜାମ ଜ଼ିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଗଞ୍ଜାମର ସାଲିସ ବିହୀନ ସଂଗ୍ରାମ ଅବିସ୍ମରଣୀୟ ବୋଲି ମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ। ଏହି ଅବସରରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଜ଼ିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ପ୍ରମୁଖ ଉପସ୍ଥିତ ଥିଲେ।

Share