ଗଞ୍ଜାମ ଜିଲା: ଆଜି ବନ୍ଦ ରହିବ ସ୍କୁଲ, ଅଙ୍ଗନଓ୍ବାଡି

ବ୍ରହ୍ମପୁର ଅଫିସ,୬ା୯- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଗୁରୁବାର ଦିନତମାମ ବର୍ଷା ଯୋଗୁ ଜିଲାର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶୁକ୍ରବାର ମଧ୍ୟ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଗଞ୍ଜାମ ଜିଲାରେ ଶୁକ୍ରବାର ସମସ୍ତ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଘୋଷଣା କରିଛନ୍ତି। ତେବେ କେବଳ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯିବେନାହିଁ, କିନ୍ତୁ ଶିକ୍ଷୟିତ୍ରୀ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ। ଆସନ୍ନ ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ଉଦ୍ଧାର କାର୍ଯ୍ୟରେ ଶିକ୍ଷୟିତ୍ରୀ ଶିକ୍ଷକମାନେ ସହଯୋଗ କରିବେ। ଆବଶ୍ୟକ ପଡିଲେ ସ୍କୁଲ ଗୁଡିକରେ ପ୍ରଭାବିତଙ୍କୁ ରଖାଯିବା ବ୍ୟବସ୍ଥା କରିବା ପାଇଁ ଶିକ୍ଷୟିତ୍ରୀ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ ବୋଲି ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ସୂଚନା ଦେଇଛନ୍ତି।

Share