Categories: ରାଜ୍ୟ

ଗଠନ ହେଲା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି

ଭୁବନେଶ୍ୱର,୨୬।୬(ବ୍ୟୁରୋ) : ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର କାର୍ଯ୍ୟ ପରାମର୍ଶଦାତା କମିଟି ଗଠନ କରିଛନ୍ତି। ସେ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ମଧ୍ୟ କରିଛନ୍ତି। କମିଟିର ଅଧ୍ୟକ୍ଷ ବାଚସ୍ପତି ରହିଥିବା ବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।

Share