ଗତ୨୪ ଘଣ୍ଟାରେ ୩୩୯୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଦେଶରେ ୫୬୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଯାହା ଏବେ ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୩୯୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬୩୪୨କୁ ପହଞ୍ଚିଛି। ସେଥିମଧ୍ୟରୁ ୧୬୫୩୯ ଲୋକ ସୁସ୍ଥ ହୋଇଥିବା ବେଳେ ୧୮୮୬ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଦେଶରେ ଏବେ ୩୭୯୧୬ଜଣ କରୋନା ସଂକ୍ରମିତ ରୋଗୀ ଚିକିତ୍ସିତ ହେଉଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ୪ଟି ରାଜ୍ୟରେ କରୋନା ସ୍ଥିତି ସବୁଠାରୁ ଖରାପ୍‌ ରହିଛି। ମହାରାଷ୍ଟ୍ରରେ ସର୍ବାଧିକ ଲୋକ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏହାପରେ ଗୁଜରାଟ, ଦିଲ୍ଲୀ ଓ ତାମିଲନାଡୁ ରହିଛି। ଏହି ରାଜ୍ୟରେ ସବୁଠାରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।

Share