Categories: ଜାତୀୟ

ଗତ ୨୪ ଘଣ୍ଟାରେ ଦେଶରେ ୧,୫୬୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୬୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୭,୦୭,୫୨୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୬୫,୭୦୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୦,୯୮୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୮୪୧କୁ ବୃଦ୍ଧି ପାଇଛି।

Share