ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ନାବାଳକ

ରସୁଲପୁର,୧୨।୩(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ଓଡ଼ଙ୍ଗ ଗ୍ରାମର କୁଳମଣି ପରିଡ଼ାଙ୍କ ନାବାଳକ ପୁଅ ଚିତ୍ତରଞ୍ଜନ ଗୁରୁବାର ନିକଟସ୍ଥ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ବୁଡି ଯାଇଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବାର କିଛି ସମୟ ପରେ ପୁଅକୁ ଉଦ୍ଧାର କରିଥିଲେ। ଚିକିତ୍ସା ପାଇଁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଚିତ୍ତରଞ୍ଜନ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ଏ ସମ୍ପର୍କରେ ଧର୍ମଶାଳା ଥାନାରେ ଅଭିଯୋଗ ହୋଇଛି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

Share