Categories: ଜାତୀୟ

ଗାନ୍ଦରବଲରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ଗାନ୍ଦରବଲ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀ ଘେରି ରହିଛନ୍ତି। ଏହାପୂର୍ବରୁ ୪ ଦିନ ତଳେ ସ୍ଥାନୀୟ ନାରନାଗ ଅଞ୍ଚଳରେ ସୁରକ୍ଷାକର୍ମୀ ୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରିଥିଲେ।

Share