Categories: ଜାତୀୟ

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ସର୍ଚ୍ଚଅପରେଶନ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।

Share