ଗାନ୍ଧୀ ମାର୍ଗରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୬।୮(ଅନିଲ ଦାସ):ଚଳିତବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ସୋମବାର ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।ବୈଠକର ଆଲୋଚନାରୁ ଜଣାଯାଇଛି, ଚଳିତବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।
ଏହି ଅବସରରେ ଜିଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାଧୀନତା ଦିବସ ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri