ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ ସିବିଆଇ ଗିରଫ କରିଛି। ଉଭୟଙ୍କୁ ସିବିଆଇ ଅର୍ଥତତ୍ତ୍ବ ଚିଟଫଣ୍ଡ ମାମଲାରେ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି। ପୂର୍ବରୁ ଚିଟଫଣ୍ଡ ମାମଲାରେ ଛନ୍ଦି ହୋଇ ବହୁଥର ଜେରାର ସମ୍ମୁଖୀନ ହୋଇଥିଲେ ଆଶୀର୍ବାଦ। ସୂଚନାଯୋଗ୍ୟ, ସିବିଆଇ ପୂର୍ବରୁ ଆଶୀର୍ବାଦଙ୍କ ନାଁରେ ଚାର୍ଜସିଟ ଦାଖଲ କରି ଜେରା କରିଥିଲା ।

Share