ଗୁଡୁଦାକୁ ମିଳିଲା ଲୋକକଳା ଗ୍ରାମ ମାନ୍ୟତା

ବାଲେଶ୍ୱର ଅଫିସ,୩।୧୦-ରାମଧୂନ ପରିବେଷଣ,ପ୍ରଭାତଫେରି ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା, ସଚେତନତା ଶୋଭାଯାତ୍ରା, କର୍ମଶାଳା, ପ୍ରଦର୍ଶନୀ, ସର୍ବଧର୍ମ ପ୍ରାର୍ଥନା , ସାଧାରଣ ସଭା ଓ ପୂଜ୍ୟପୂୂଜା ଆଦି କାର୍ଯ୍ୟକ୍ରମ ମଧ୍ୟରେ ବାଲେଶ୍ୱରରେ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ଏହି ଅବସରରେ ରେମୁଣା ବ୍ଲକର ଗୁଡୁଦା ଗ୍ରାମକୁ ‘ଲୋକକଳା ଗ୍ରାମ’ ଭାବେ ଲୋକାର୍ପଣ କରାଯାଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଓ ଦୁଗ୍ଧ ଉପତ୍ାଦନ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗଦେଇଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ରାଜ୍ୟ ସରକାରଙ୍କ ତରଫରୁ ଏହାକୁ ଆଜି ଠାରୁ ଲୋକକଳା ଗ୍ରାମ ରୂପେ ବିବେଚନା କରାଯିବ ବୋଲି ଘୋଷଣା କରିଥିଲେ। ଏଭଳି କାର୍ଯ୍ୟକ୍ରମ କଳା ଓ କଳାକାରଙ୍କ ବିକାଶ ଦିଗରେ ନିଶ୍ଚିତ ଭାବେ ସୁଯୋଗ ସୃଷ୍ଟି କରିପାରିବ ବୋଲି ସଭାରେ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଥିଲେ। ଆଜିଠାରୁ ପଲିଥିନ୍‌ ନିଷିଦ୍ଧ କରାଯାଇଥିବା ସେ ସୂଚନା ଦେଇ ପୃଥିବୀକୁ ବଞ୍ଚାଇ ରଖିବାକୁ ହେଲେ ପ୍ଲାଷ୍ଟିକ ବର୍ଜନ ଏକମାତ୍ର ବିକଳ୍ପ ବୋଲି କହିଥିଲେ। ସଭାରେ ଅନ୍ୟମାନଙ୍କ ମଧ୍ୟରେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା,ରେମୁଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁଶାନ୍ତ ପଟ୍ଟନାୟକ, ଜିଲା ପରିଷଦ ସଦସ୍ୟା ସରିତା ଗିରି, ସମିତିସଭ୍ୟ ପୁରୁଷୋତ୍ତମ ବେହେରା ଏବଂ ସରପଞ୍ଚ ବସନ୍ତ କୁମାର ପ୍ରଧାନ, ଜିଲା କଳାକାର ସଂଘର ଉପସଭାପତି ଚକ୍ରଧର ମହାପାତ୍ର, ବ୍ଲକ କଳାକାର ସଂଘର ଉପସଭାପତି ଦୀନବନ୍ଧୁ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ।
ସନ୍ଧ୍ୟାରେ ଗାନ୍ଧୀସ୍ମୃତି ଭବନଠାରେ ପୁରସ୍କାର ବିତରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଶିଷ୍ଟ ଗାନ୍ଧିବାଦୀ ଜୟଦେବ କମିଳା ଓ ସର୍ବେଶ୍ୱର ଦାସଙ୍କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା। ଏଥିସହିତ ସଂଗ୍ରାହକ ସୁଜିତ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କସ୍ତୁରବା ଆଦର୍ଶ ଗ୍ରାମ ପଞ୍ଚାୟତ, ନିର୍ମଳ ଗ୍ରାମ ଏବଂ ଶ୍ରେଷ୍ଠ ମହିଳା ଗ୍ରାମୋଦ୍ୟୋଗୀ ଭାବେ ମନୋନୀତ ମହିଳା ଏବଂ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ସ୍ରଷ୍ଟା ଅନୁଷ୍ଠାନ ଆନୁକୂଲ୍ୟରେ ନାଟକ ”ସତ ମିଛର ଗାନ୍ଧୀ“ ପରିବେଷଣ କରାଯାଇଥିଲା। ଦିବସବ୍ୟାପୀ କାର୍ଯ୍ୟକ୍ରମରେ ଜିଲା କ୍ରୀଡ଼ା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ଜିଲା ପର୍ଯ୍ୟଟନ ଅଧିକାରୀ ଗଗନ କୁମାର ସାହୁଙ୍କ ସମେତ ସହରର ବହୁ ବିଶିଷ୍ଟ ବ୍ୟକ୍ତି, ନାଗରିକ, ଛାତ୍ରୀଛାତ୍ର, ବିଭିନ୍ନ ଅନୁଷ୍ଠାର କର୍ମକର୍ତ୍ତା ଉପସ୍ଥିତ ରହି ଗାନ୍ଧିଜୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଦିନରେ ସେମାନଙ୍କ ଆଦର୍ଶର ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri