ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ

ମାଲକାନଗିରି,୧୭।୨(ଡି.ଏନ୍‌.ଏ): ମାଲକାନଗିରି ଜିଲା ଆଦର୍ଶ ଥାନା ଅନ୍ତର୍ଗତ ନୂଆଗୁଡ଼ା ଗ୍ରାମରେ ଜଣେ ବୃଦ୍ଧଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ଉକ୍ତ ଗ୍ରାମର ଗଙ୍ଗା କବାସୀ(୭୫)ଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଜିଲା ସଦର ମହକୁମା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଗଙ୍ଗାଙ୍କ ମୃତ୍ୟୁ ଲାଗି ଉକ୍ତ ଗ୍ରାମର ଉରା ପଡ଼ିଆମି ଦାୟୀ ଓ ସେ ଗୁଣିଗାରେଡି କରି ଗ୍ରାମବାସୀଙ୍କୁ ହତ୍ୟା କରୁଥିବା ସନ୍ଦେହ କରି ମୃତ ଗଙ୍ଗାଙ୍କ ପୁଅ ଦେବା ଉରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏଥିସହ ଅଭିଯୁକ୍ତଙ୍କୁ ଥାନାକୁ ନେଇ ଅଟକ ରଖି ପଚରାଉଚରା କରିବା ସହ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି ।