‘ଗେଲ୍‌ ଉତ୍କର୍ଷ’କୁ ଶତପ୍ରତିଶତ ସଫଳତା : ଜେଇଇ ମେନ୍‌ରେ ସଫଳ ହେଲେ ସମସ୍ତ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଗେଲ୍‌ ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ଏହାର ଫ୍ଲାଗ୍‌ସିପ୍‌ କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସିବିଲିଟି(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାନପୁର ସେଣ୍ଟରଠାରେ ଜେଇଇ ମେନ୍‌ ୨୦୧୯ ପରୀକ୍ଷା ପାଇଁ କୋଚିଂ ନେଉଥିବା ସମସ୍ତ ଛାତ୍ରୀଛାତ୍ର ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଆର୍ଥିକ ସ୍ତରରେ ପଛୁଆବର୍ଗ ପିଲାମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ଗେଲ୍‌ ପକ୍ଷରୁ ‘ଗେଲ୍‌ ଉତ୍କର୍ଷ’ ନାମକ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହୋଇଥାଏ। ଚଳିତବର୍ଷ ଏଥିରେ ୧୦୦ଜଣ ଛାତ୍ରୀଛାତ୍ରଙ୍କୁ ଜେଇଇ ମେନ୍‌ ପାଇଁ ପ୍ରଶିକ୍ଷଣ ଦିଆଯାଉଥିବା ବେଳେ ପ୍ରଥମଥର ପାଇଁ ସମସ୍ତ ଛାତ୍ରୀଛାତ୍ର ଏହି ପ୍ରବେଶିକା ପରୀକ୍ଷା କ୍ଲିୟର କରିଛନ୍ତି, ଯାହା ମଧ୍ୟରେ ୧୪ଜଣ ଝିଅ ରହିଛନ୍ତି। ଗତବର୍ଷ ୧୦୦ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୯୯ଜଣ ଜେଇଇ ମେନ୍‌ କ୍ଲିୟର୍‌ କରିଥିଲେ। ଅନ୍ୟପକ୍ଷରେ ଉତ୍ତରାଖଣ୍ଡରେ ପ୍ରତିଷ୍ଠା ହୋଇଥିବା ନୂଆ ସେଣ୍ଟରରେ ଚଳିତବର୍ଷ ୬୦ ଛାତ୍ରୀଛାତ୍ର ଜେଇଇ ମେନ୍‌ ପାଇଁ ପ୍ରଶିକ୍ଷଣ ନେଉଥିବା ବେଳେ ସେମାନଙ୍କ ମଧ୍ୟରୁ ୫୦ଜଣ ସଫଳତା ପାଇଛନ୍ତି। ଏ ନେଇ ଗେଲ୍‌ ନିର୍ଦ୍ଦେଶକ(ଏଚ୍‌ଆର୍‌) ପି.କେ. ଗୁପ୍ତା ବୁଧବାର ସୂଚନା ଦେଇଛନ୍ତି। ଏହି ଅବସରରେ ସଫଳତା ପାଇଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଗେଲ୍‌ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଗେଲ୍‌ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଏଚ୍‌ଆର୍‌, ସିଏସ୍‌ଆର୍‌) ପ୍ରାସୁନ୍‌ କୁମାର, ଗେଲ୍‌ର ଚିଫ୍‌ ଜେନେରାଲ ମ୍ୟାନେଜର(ସିଏସ୍‌ଆର୍‌) ଅନୁପ ଗୁପ୍ତା, ସିଏସ୍‌ଆର୍‌ଏଲ୍‌ ଡାଇରେକ୍ଟର ଏସ୍‌.କେ. ସାହି ପ୍ରମୁଖ ଉପସ୍ଥିତ ଥିଲେ।
ଗେଲ୍‌ ଉତ୍କର୍ଷ ଚଳିତବର୍ଷ ଏହାର ଦଶମ ବ୍ୟାଚ୍‌କୁ ରେସିଡେନ୍ସିଆଲ କୋଚିଂ ଯୋଗାଇଦେଇଥିବା ବେଳେ ଏକବର୍ଷ ପାଇଁ ଛାତ୍ରୀଛାତ୍ରଙ୍କୁ ମାଗଣା କୋଚିଂ ସହ ସମସ୍ତ ପ୍ରକାର ସୁବିଧା ସୁଯୋଗ ପ୍ରଦାନ କରାଯାଇଥିଲା। ସିଏସ୍‌ଆର୍‌ଏଲ୍‌ ସହ ମିଳିତ ଭାବେ ଗେଲ୍‌ ୨୦୦୯-୧୦ ଶିକ୍ଷାବର୍ଷରୁ ଏଭଳି କାର୍ଯ୍ୟକ୍ରମର ଆୟୋଜନ କରିଆସୁଛି। ପ୍ରଥମେ କାନପୁରରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଏବେ ଦ୍ୱାରହାଟ, ଶ୍ରୀନଗର ଓ ଉତ୍ତରାଖଣ୍ଡରେ ମଧ୍ୟ ଅନୁଷ୍ଠିତ ହେଉଛି। ୨୦୦୯ରେ ମାତ୍ର ୨୩ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଇତିମଧ୍ୟରେ ୬୮୩ଜଣ ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସଜାଡ଼ିଛି। ୮୯% ସଫଳତା ସହ ପିଲାମାନେ ଆଇଆଇଟି, ଏନ୍‌ଆଇଟି ଭଳି ଶିକ୍ଷାନୁଷ୍ଠାନରେ ଶିକ୍ଷାଗ୍ରହଣ କରିବାର ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୌଡ଼ ଗାଁରେ ସିରିଜ୍‌ ଚୋରି: ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁରେ ସିରିଜ୍‌ ଚୋରି ହୋଇଛି। ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ବୁଲୁ ସାହୁ ବୁଧବାର...

ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା...

ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ

ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ...

ଜାତୀୟ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶା

ପଞ୍ଚାୟତ ବ୍ୟବସ୍ଥା ଆଜିର ନୁହେଁ, କେଉଁ ଆବହମାନ କାଳରୁ ଆମ ସମାଜରେ ଏହା ପ୍ରଚଳିତ ହୋଇଆସୁଛି। ସେଥିପାଇଁ ଆମ ଗଁା ଗହଳିରେ କଥା କଥାରେ କହନ୍ତି,...

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ...

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image