ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୮।୭(ବ୍ୟୁରୋ): ସୋମବାର ରାଜ୍ୟର ୬ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା। ଏହିସବୁ ଜିଲାବାସୀଙ୍କୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

Share