ଘରେ କେହି ନ ଥିବା ସୁଯୋଗରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ

ବସ୍ତା, ୫।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ହୋଇଛି।
ମିଳିଥିବା ସୂଚନା ଅନୁସାରେ, ଏହି ଥାନା ଅଞ୍ଚଳର ଜନୈକା ଆଦିବାସୀ ନାବାଳିକା ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ନିକଟସ୍ଥ ପୋଷ୍ଟ ଅଫିସର ପିଅନ ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ନାବାଳିକା ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଦୌଡ଼ି ଆସିଥିଲେ। ପିଅନ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏ ନେଇ ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।