ପାଟଣା,୨୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଗାଲଫୁଲା ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ସୋମବାର ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ରାଧାକାନ୍ତ ନାଏକଙ୍କ ପୁଅ ସାଗର ନାଏକ(୨୦)। ସାଗର ପ୍ରେମରେ ବିଫଳ ହୋଇ ତାଙ୍କ ମା’ଙ୍କ ଶାଢ଼ିରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସକାଳେ ସାଗରଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ପରିବାର ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ତଦନ୍ତ ଚଳାଇଛି।