ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେଲେ ୨୪ରୁ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Share